ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଶିକ୍ଷକ ଶିକ୍ଷା ଓ ରାଜ୍ୟ ଶିକ୍ଷା ଓ ଗବେଷଣା ପ୍ରଶିକ୍ଷଣ ପରିଷଦ, ଓଡିଶା ଭୁବନେଶ୍ୱର ନିର୍ଦ୍ଦେଶକଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମ ଉପଲକ୍ଷେ ନୟାଗଡ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ ବୈଜ୍ଞାନିକ ମନୋଭାବର ବିକାଶ କରିବା ପାଇଁ ଏକ ବିଜ୍ଞାନ ପ୍ରଦର୍ଶନୀର ଆୟୋଜନ କରି ଉଭୟ ଗୁରୁ ଛାତ୍ରଛାତ୍ରୀ ଓ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା |
