ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଥମ ଦିନର କାର୍ଯ୍ୟକ୍ରମ ମାଲକାନଗିରି ସ୍ପୋଟର୍ସ କମ୍ପ୍ଲେକ୍ସ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ମୁଖ୍ୟ ଅତିଥି ଭାବେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ,

ଜିଲ୍ଲା କ୍ରୀଡା ଅଧିକାରୀ ମୁନା ତୁରୁକ୍ ଉପସ୍ଥିତ ଥିଲେ । ଆଜିର ପ୍ରଥମ ଦିବସ ‘ଶକ୍ତି ସ୍ୱରୂପିଣୀ’ କାର୍ଯ୍ୟକ୍ରମ ଅବସରରେ ଶାରୀରିକ ଫିଟନେସ୍‌, ପୋଷଣ ଏବଂ ମାନସିକ ସୁସ୍ଥତା ସକାଶେ ସାମୁହିକ ଯୋଗ ଅଧିବେଶନ ସମ୍ପର୍କରେ ମହିଳାମାନଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା ।

Exit mobile version