Home ଓଡ଼ିଶା ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ by Proprietor Abhimanyu Maharana 7 months ago Share on FacebookShare on TwitterWhatsapp ଚାନ୍ଦପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବରିଷ୍ଠ ସାମ୍ବାଦିକ ଲିଙ୍ଗରାଜ ରଥଙ୍କ ମାତୃ ସୁରେଖା ମଞ୍ଜରୀ ରଥଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ସୁରେଖାଙ୍କୁ ୮୨ ବର୍ଷ ହୋଇଥିଲା । ନୟାଗଡ଼ ଜିଲ୍ଲାର ଚାନ୍ଦପୁର ବାସଭବନରେ ସୁରେଖାଙ୍କ ଶ୍ରଦ୍ଧା କାର୍ଯ୍ୟ ଅନୁଷ୍ଠିତ ହୋଇଛି । ସୁରେଖାଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି ଓଡିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ । ସ୍ୱର୍ଗତ ଆତ୍ମାର ସଦଗତି କାମନା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ବାଚସ୍ପତି । ଏହା ସହ ସୁରେଖାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧୈର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ବାଚସ୍ପତି ପ୍ରାର୍ଥନା କରିଛନ୍ତି । ସ୍ବର୍ଗତ ସୁରେଖା ମଞ୍ଜରୀ ଜଣେ ସରଳ, ନିଷ୍ଠାବାନ ଓ ଅମାୟିକ ମହିଳା ଭାବେ ଅଞ୍ଚଳରେ ସମସ୍ତଙ୍କ ପ୍ରିିୟପାତ୍ର ହୋଇପାରିଥିଲେ । ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବିଜେପିର ନୟାଗଡ଼ ଜିଲ୍ଲା ସଭାପତି ତାପସ ମାର୍ଥା,ଅଞ୍ଚଳର ବରିଷ୍ଠ ନେତା ମନୋଜ ଦାସ ପୂର୍ବତନ ବିଧାୟକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ରବି ମହାପାତ୍ର, କଂଗ୍ରେସ ନେତା ବିଭୁ ମିଶ୍ର ଓ ବହୁ ମନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ଦେଇଛନ୍ତି । Categories: ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍ Related Content ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି by Proprietor Abhimanyu Maharana September 24, 2026 କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ by Proprietor Abhimanyu Maharana September 24, 2026 କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ by Proprietor Abhimanyu Maharana September 24, 2026 କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ by Proprietor Abhimanyu Maharana September 24, 2026 KHURDA ROAD DIVISION CONDUCTED CLOSING CEREMONY OF HINDI PAKHWADA -2026 AND 151st DIVISIONAL OFFICIAL LANGUAGE IMPLEMENTATION COMMITTEE MEETING by Proprietor Abhimanyu Maharana September 24, 2026 ଲଗାଣ ବର୍ଷାରେ କଳିଙ୍ଗା ଘାଟିରେ ଭୁଶୁଡ଼ିଲା ନିର୍ମାଣାଧୀନ ଗାର୍ଡୱାଲ୍, ଅନିର୍ଦ୍ଧିଷ୍ଟ କାଳ ପାଇଁ ସିଲ୍ ହେଲା ଘାଟି ରାସ୍ତା by Proprietor Abhimanyu Maharana September 24, 2026