ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଆସନ୍ତା କାଲି ଠାରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ମଞ୍ଚସ୍ଥ ହେବାକୁ ଯାଉଛି । ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ଏହି ନାଟକ ମହୋତ୍ସବ ଆୟୋଜନ କରୁଛି । ଏଥିରେ ଭୁବନେଶ୍ବର, ସମ୍ବଲପୁର,ବାରିପଦା, ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନେ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ସୂଚନା ଦିଆଯାଇଛି।