ମାଲକାନଗିରି (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଜିଲ୍ଲାର ବିକାଶ ପ୍ରକ୍ରିୟାକୁ ଅଧିକ ଗତିଶୀଳ କରିବା ପାଇଁ ଆଜି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରୋଜେକ୍ଟ ମନିଟରିଂ ୟୁନିଟ୍ ଏବଂ ପ୍ରଗତି ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ବିସ୍ତୃତ ଆଲୋଚନା କରାଯାଇଛି । ବୈଠକରେ ବିଶେଷ କରି ଜିଲ୍ଲାର ଗମନାଗମନ, ଶିଳ୍ପ ଓ ଜଳସେଚନ କ୍ଷେତ୍ର ଉପରେ ଗୁରୁତ୍ୱ ଦିଆଯାଇଥିଲା । ରେଳ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଏହାକୁ ଶୀଘ୍ର ଶେଷ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।
