ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ପ୍ରାଣକେନ୍ଦ୍ର କୁହାଯାଉଥିବା ମୁଖ୍ୟ ବଜାର ତଥା ପୁରୁଣା ବସଷ୍ଟାଣ୍ଡ ଅଞ୍ଚଳରେ ପାନୀୟ ଜଳର ସଙ୍କଟ ତୀବ୍ର ହେବାରେ ଲାଗିଛି। ସାଧାରଣ ଲୋକଙ୍କୁ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ଯୋଗାଇଦେବା ଲକ୍ଷ୍ୟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ସ୍ଥାପିତ ହୋଇଥିବା ପାଣି ଫିଲ୍ଟର ଓ କୁଲର ବ୍ୟବସ୍ଥା ଦୀର୍ଘ ଏକ ବର୍ଷ ହେବ ଅକାମି ହୋଇ ପଡ଼ିରହିଛି।
