ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ

ନୟାଗଡ଼ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :-  ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପରିସରରେ ‘ଗୀତଗୋବିନ୍ଦ’ର ରଚୟିତା କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ଇଂ. ଦେବାଶିଷ ପଟ୍ଟନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଗ୍ନଜିତ ରାଉତ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।

ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ସୁମିତ୍ରା ଭୂୟାଁ ଉତ୍ସବରେ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଉପସ୍ଥିତ ଅତିଥିମାନେ ମହାକବି ଜୟଦେବଙ୍କ ଜୀବନୀ, ଦର୍ଶନ ଓ ଆଦର୍ଶ ଉପରେ ବ୍ୟାପକ ଆଲୋକପାତ କରିଥିଲେ। ସେହିପରି, ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ଯୋଗଦେଇ କବିଙ୍କ ଅମର କୃତି ‘ଗୀତଗୋବିନ୍ଦ’ର ଆଧ୍ୟାତ୍ମିକ ମହତ୍ତ୍ୱ ଓ ସାହିତ୍ୟିକ ଦିଗ ଉପରେ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ। ଶେଷରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ନୟାଗଡ଼ ଧନ୍ୟବାଦ ଅର୍ପଣ ‌କରିବା ପରେ ସଭା ସାଙ୍ଗ କରାଯାଇଥିଲା।

Exit mobile version