ନୟାଗଡ଼ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ଶ୍ରମ ଦିବସ ଅବସରରେ ଏକ ପ୍ରତିବାଦ ସଭା ଓ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ ଖଟେଇଙ୍କ ଆବାହକତ୍ୱରେ ନୟାଗଡ଼ ସାମ୍ବାଦିକ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଭାବେ ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କର, ସମ୍ମାନିତ ଅତିଥି ଭାବେ ଉପଦେଷ୍ଟା ପବିତ୍ର ମହାରଥା ଯୋଗ ଦେଇଥିଲେ ।
