ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ବିଦ୍ଯାର୍ଥୀ ଶିଶୁ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନୈତିକତା, ଆଧ୍ୟାତ୍ମିକତା, ଅନୁଶାସନ ଓ ଦେଶପ୍ରେମ ଭଳି ସଦ୍ଗୁଣର ବିକାଶ ଉଦ୍ଦେଶ୍ୟରେ ନୟାଗଡ଼ ହାଉସିଂବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ତିନିଦିବସୀୟ “ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର” ଶୁକ୍ରବାର ଦିନ ଉଦଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରତିଷ୍ଠାତା ସମ୍ପାଦକ ଶ୍ରୀଧର ସାହୁଙ୍କ ପୌରହିତ୍ୟରେ ଆୟୋଜିତ ଏହି ଉଦଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଏହି ମୂଲ୍ୟବୋଧ ଭିତ୍ତିକ ଶିକ୍ଷା କାର୍ଯ୍ୟକ୍ରମକୁ ଭୁରିଭୁରି ପ୍ରଶଂସା କରିବା ସହିତ ଶିଶୁମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏହି ଭଳି ଶିବିର ର ଆବଶ୍ଯକତା ଅଛି ବୋଲି ବକ୍ତବ୍ଯ ରଖିଥିଲେ।
