ମେ ୨୬ ଓ ୨୭ରେ ଓଡ଼ିଶା ଅମଲା ରାଜ୍ଯସଂଘର ସମ୍ମିଳନୀ

ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଓଡିଶା ଅମଲା ସଂଘର ରାଜ୍ୟସ୍ତରୀୟ ତ୍ରୈବାର୍ଷିକ ସମ୍ମିଳନୀ ଚଳିତମାସ ମେ ୨୬ ଓ ୨୭ ଦୁଇ ଦିନ ଧରି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହେବ । ଏଥିପାଇଁ ଏକ ପ୍ରସ୍ତୁତି ପର୍ବ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି ।

ଓଡ଼ିଶା ଅମଲା ସଂଘର ରାଜ୍ୟ ସଭାପତି ଜ୍ଞାନ ରଞ୍ଜନ ଦାସ, ଉପସଭାପତି ମହେନ୍ଦ୍ର କୁମାର ମହାପାତ୍ର, ପୁରୀଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ମିଶ୍ର ପ୍ରମୁଖ ଯୋଗଦେଇ ସମ୍ମିଳନୀକୁ ସଫଳ କରିବା ସହ ଅମଲା ମାନଙ୍କ ଦାବି ସମ୍ପର୍କରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ବମନ୍ତ୍ରୀଙ୍କୁ ଜଣାଇବା ପାଇଁ ନିଷ୍ପତ୍ତି ହୋଇଛି ।

Exit mobile version