ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :-  ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ । ଏଥିରେ ମୋଟ ୧୧୨ ଗୋଟି ଅଭିଯୋଗ ପତ୍ର ମିଳିଥିଲା।ସେଥିରୁ ୯୭ ଗୋଟି ବ୍ୟକ୍ତିଗତ,୧୫ ଗୋଟି ଗ୍ରାମ ସମସ୍ୟା ସମ୍ପର୍କରେ ରହିଥିଲା । ତତକ୍ଷଣାତ ୫ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା ।

ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା ।ଏହି ଶୁଣାଣୀ ରେ ଏସପି ପ୍ରତୀକ ସିଂ, ପୁରୀ ମହାନଗର ନିଗମ ର କମିଶନର ସ୍ନେହା ଅରୁଗୁଳା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

ଆସନ୍ତା ୮ ତାରିଖ ରେ ପୂର୍ବାହ୍ନ ୭ ଘଟିକା ରୁ ୧୦ ଘଟିକା ପର୍ଯ୍ୟନ୍ତ ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି । ସେହିପରି ୧୬ ତାରିଖ ମଙ୍ଗଳବାର ପିପିଲି ବ୍ଲକରେ, ୨୨ ତାରିଖରେ ଡେଲାଙ୍ଗ ବ୍ଲକ ରେ ଓ ୨୯ ତାରିଖରେ ଗୋପ ବ୍ଲକରେ ଦିବା ୧୦ ଘଟିକା ରୁ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ଶୁଣାଣି ଅଧିକାରୀ ସୂଚନା ଦେଇଛନ୍ତି ।

Exit mobile version