ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (SIR) ସଚେତନତା ଧର୍ମୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାକୁ ନେଇ ଏକ ବୃହତ ସଚେତନତା ସଭା ସ୍ଥାନୀୟ ଟାଉନ ହଲ ପରିସର ରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । 

ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବ୍ୟକ୍ତି ବିଶେଷ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ବନବାସୀ ସେବା ସମିତିର ସଦସ୍ୟ ଏବଂ ସ୍ଥାନୀୟ ଅଞ୍ଚଳ ର ସାଧାରଣ ଜନତା ସାମିଲ ହୋଇଥିଲେ ।  ଏହି ସଚେତନତା ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ନିର୍ବାଚନ ଅଧିକାରୀ ତଥା ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଯୋଗଦେଇ “ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ” (SIR) ର ଆଭିମୁଖ୍ୟ ଏବଂ

ଏହାର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ, ଏକ ସୁଦୃଢ଼ ଗଣତନ୍ତ୍ର ଗଠନ ପାଇଁ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ନାମ ଭୋଟର ତାଲିକାରେ ରହିବା ଅତ୍ୟନ୍ତ ଜରୁରୀ । ନାଗରିକ ମାନଙ୍କ କଲ୍ୟାଣ ତଥା ସେମାନଙ୍କ ଗଣତାନ୍ତ୍ରିକ ଅଧିକାରକୁ ସୁରକ୍ଷିତ କରିବା ପାଇଁ ସରକାର ଏହି ଅଭିଯାନକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରୁଛନ୍ତି  l

Exit mobile version