Home ଓଡ଼ିଶା ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି by Proprietor Abhimanyu Maharana 3 months ago Share on FacebookShare on TwitterWhatsapp ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଉଥିବା ବେଳେ ସରକାର ଦରବୃଦ୍ଧି କରି ବି୍ରଟିଶରାଜ ଚଳାଇଛନ୍ତି ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ବୋଝ ଉପରେ ଲଳିତା ବିଡ଼ା ସଦୃଶ ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟି ଅନ୍ତର୍ଭୁକ୍ତ କରି ସାଧାରଣ ଜନତାଙ୍କୁ ଦରବୃଦ୍ଧିରୁ ଆଶ୍ୱସ୍ତ କରନ୍ତୁ ସରକାର ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳର ମୂଲ୍ୟ ହ୍ରାସ ପାଇଥିବା ବେଳେ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର କ୍ରମାଗତ ଦରବୃଦ୍ଧି ନେଇ ଉଦ୍ବେଗ ପ୍ରକାଶ କରିବା ସହିତ ଡବଲ ଇଞ୍ଜିନ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିଜୁ ଜନତା ଦଳ । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ଗତ କିଛି ବର୍ଷ ମଧ୍ୟରେ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ଦୁଇଗୁଣା ବୃଦ୍ଧି ପାଇଛି । ୨୦୧୪ ମସିହାରେ ଘରୋଇ ସିଲିଣ୍ଡରର ମୂଲ୍ୟ ପ୍ରାୟ ୪୧୫ ଟଙ୍କା ଥିଲା, ବର୍ତ୍ତମାନ ତାହା ୯୬୮ ଟଙ୍କାରେ ପହଞ୍ଚିଛି । ସେହିପରି ପେଟ୍ରୋଲ, ଡିଜେଲ ଓ କମର୍ସିଆଲ ଗ୍ୟାସ ସିଲିଣ୍ଡରର ଦର ମଧ୍ୟ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଥିବାରୁ ସାଧାରଣ ଜନତାଙ୍କ ହାଣ୍ଡିଶାଳ ଉପରେ ଚଡ଼କ ପଡ଼ିଛି କହି ସରକାରଙ୍କୁ କଡ଼ା ନିନ୍ଦା କରିଥିଲେ । ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ଦରବୃଦ୍ଧି ଯୋଗୁଁ ନିମ୍ନ ଓ ମଧ୍ୟବିତ୍ତ ପରିବାର, କ୍ଷୁଦ୍ର ବ୍ୟବସାୟୀ, ଚା’ ଦୋକାନୀ ଓ ହୋଟେଲ ବ୍ୟବସାୟୀଙ୍କ ଉପରେ ଗଭୀର ପ୍ରଭାବ ପଡ଼ୁଛି । ରନ୍ଧନ ଗ୍ୟାସର ଦର କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଯୋଗୁଁ ସାଧାରଣ ଲୋକଟିଏ ପରିବାର ଚଳାଇବା କଷ୍ଟକର ହୋଇପଡ଼ିଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ଦର ହ୍ରାସ ପାଇଥିବା ସତ୍ତ୍ୱେ ତାହାର ସୁଫଳ ସାଧାରଣ ଲୋକଙ୍କୁ ମିଳୁନାହିଁ । କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଅତ୍ୟଧିକ ଭ୍ୟାଟ୍କୁ କମାଇ, ଦରବୃଦ୍ଧି ଯୋଗୁଁ ହନ୍ତସନ୍ତ ହେଉଥିବା ସାଧାରଣ ଜନତାଙ୍କ ପ୍ରତି ସମ୍ବେଦନଶୀଳ ହୁଅନ୍ତୁ । ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟି ଅନ୍ତର୍ଭୁକ୍ତ କରନ୍ତୁ, ଏହାଦ୍ୱାରା ତୈଳ ମୂଲ୍ୟ ହ୍ରାସ ପାଇବା ସହ ସାଧାରଣ ଲୋକଙ୍କ ଉପରେ ଆର୍ଥିକ ବୋଝ କମିପାରିବ । ଶ୍ରୀମତୀ ଛୁରିଆ ଆହୁରି କହିଥିଲେ, ବିଜେପି ସରକାରରେ ମହିଳା ହିଂସା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ଦୁଷ୍କର୍ମ, ଗଣଦୁଷ୍କର୍ମ, ନାରୀ ନିର୍ଯାତନା ଉଦ୍ବେଗଜନକ ଭାବେ ବୃଦ୍ଧି ପାଉଥିବା ବେଳେ ସରକାର ନିରବଦ୍ରଷ୍ଟା ସାଜିଛନ୍ତି । ମହିଳାଙ୍କ ସୁରକ୍ଷା ପ୍ରତି ସମ୍ପୂର୍ଣ୍ଣ ଆଖି ବୁଜି ଦେଇଛନ୍ତି ସରକାର । ମହିଳାଙ୍କ ସୁରକ୍ଷା ଓ ନ୍ୟାୟ ସୁନିଶ୍ଚିତ କରିବା ସରକାରଙ୍କ ପ୍ରାଥମିକ ଦାୟିତ୍ୱ, କିନ୍ତୁ ସରକାର ନିଜ ଦାୟିତ୍ୱରୁ ବିମୁଖ ହୋଇ ଉତ୍ସବ ମନାଇବାରେ ବ୍ୟସ୍ତ ରହୁଛନ୍ତି । ରାଜ୍ୟ ସରକାର ପେଟ୍ରୋଲ, ଡିଜେଲ ଓ ଗ୍ୟାସର ଦରକୁ ହ୍ରାସ କରି ସାଧାରଣ ଜନତାଙ୍କ ଆର୍ଥିକ ବୋଝକୁ କମ୍ କରନ୍ତୁ । ବିଜେଡିର ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ବିଜୁ ମହିଳା ଜନତା ଦଳର ଉପସଭାନେତ୍ରୀ ତଥା କର୍ପୋରେଟର ଶ୍ରୀମତୀ ପ୍ରୀତିନନ୍ଦା ରାଉତରାୟ, ଉପସଭାନେତ୍ରୀ ତଥା କର୍ପୋରେଟର ଶ୍ରୀମତୀ ମାନସୀ ସୁନ୍ଦରରାୟ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍ Related Content ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 20, 2026 ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ by Proprietor Abhimanyu Maharana September 20, 2026 ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ by Proprietor Abhimanyu Maharana September 20, 2026 ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ by Proprietor Abhimanyu Maharana September 20, 2026 ଓଡିଶା ପ୍ରାନ୍ତର ଏକ ନମ୍ବର ହେବ ପୁରୀ ଯୋଗଜିଲ୍ଲା : ମନମୋହନ by Proprietor Abhimanyu Maharana September 20, 2026 ୨୬ତମ ଗଣପତି ମହୋତ୍ସବ ଉଦଯାପିତ by Proprietor Abhimanyu Maharana September 20, 2026