ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ପୁରୀ (ଓଡିଶା ତାଜା ନ୍ୟୁଜ) ନି. ପ୍ର :- ଆସନ୍ତା ଜୁନ୍ ୨୯ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ସୁରକ୍ଷିତ ଓ ଶୃଙ୍ଖଳିତ ପରିଚାଳନା ପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଭିଡ଼ ନିୟନ୍ତ୍ରଣ, ଯାତାୟାତ ପରିଚାଳନା ଏବଂ ସାମଗ୍ରିକ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ବୈଠକରେ ବିସ୍ତୃତ ସମୀକ୍ଷା କରାଯାଇଥିଲା । ସମସ୍ତ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଭକ୍ତମାନଙ୍କ ପାଇଁ ଏକ ସୁରକ୍ଷିତ ଓ ସୁବ୍ୟବସ୍ଥିତ ପରିବେଶ ସୁନିଶ୍ଚିତ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି ।

Exit mobile version