ବାଲିଗୁଡା (ଓଡିଶା ତାଜା ନ୍ୟୁଜ) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ଗୁଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଜାଲାଙ୍ଗିଆ ଉପର ସାହିରେ ଦେଖିବାକୁ ମିଳିଛି ପାନୀୟ ଜଳର ଉତ୍କଟ ସମସ୍ୟା। ଉପର ସାହି ରେ ଦୀର୍ଘ ବର୍ଷ ଧରି ଚାରି ପରିବାର ବସବାସ କରନ୍ତି । କିନ୍ତୁ ଆଜି ପର୍ଯ୍ୟନ୍ତ ସରକାର ଙ୍କ ପକ୍ଷରୁ କୌଣସି ପ୍ରକାରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରା ଯାଇନଥିବା ଅଭିଯୋଗ କରିଛନ୍ତି ଜାଲାଙ୍ଗିଆ ଗ୍ରାମବାସୀ ।
