୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

 ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ଓ ଜନସଭାକୁ ସମ୍ବୋଧିତ କରିବେ

 ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କ ଗାଁ ପରିଦର୍ଶନ କରି ଗ୍ରାମବାସୀଙ୍କ ସହ ଆଲୋଚନା କରିବେ

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ରାଜ୍ୟରେ ଡବଲଇଞ୍ଜନ ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଉପରେ ଅଧିକ ଗୁରୁତ୍ୱ ଦେଇ ବାରମ୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ସମୃଦ୍ଧ ଓଡ଼ିଶା ଗଢ଼ିବା ପାଇଁ ପ୍ରଧାନମନ୍ତ୍ରୀ ମୋଦି  ଯେଉଁ ପ୍ରୟାସ ଜାରି ରଖଛନ୍ତି, ସେଥିପାଇଁ ସାରା ଓଡ଼ିଶାବାସୀ ତାଙ୍କ ଉପରେ କୃତଜ୍ଞ । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀଙ୍କ ୨ ବର୍ଷ ପୂର୍ତି କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସନ୍ତା ୨୦ ତାରିଖ ଦିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ମୟୁରଭଞ୍ଜ ଜିଲ୍ଲା ଗ୍ରସ୍ତରେ ଆସୁଛନ୍ତି ।

ଏହି ଅବସରରେ ସେ ପ୍ରଥମେ ମୟୁରଭଞ୍ଜର ପାହାଡ଼ପୁରରେ ହେଲିପ୍ୟାଡରେ ଅବତରଣ କରିବେ । ସେଠାରୁ ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କ ଗାଁ ପରିଦର୍ଶନରେ ଯିବେ । ଉକ୍ତ ଗ୍ରାମରେ ୧ ଘଂଟାରୁ ଊର୍ଦ୍ଧ୍ୱ ସମୟ ବିତାଇ ମହାମୁହିମ ରାଷ୍ଟ୍ରପତିଙ୍କ ପରିବାର ଓ ଗାଁ ଲୋକଙ୍କ ସହ ଚର୍ଚ୍ଚା ଆଲୋଚନା କରିବେ । ଏହାପରେ ସେ ସେଠାରୁ ବାହାରି ଦାଣ୍ଡବୋସରେ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ଏକ ଜନସଭାକୁ ସମ୍ବୋଧିତ କରିବା ପରେ ଓଡ଼ିଶାରୁ ପ୍ରତ୍ୟାବର୍ତନ କରିବେ l 

 

Exit mobile version