Home ଓଡ଼ିଶା ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି by Proprietor Abhimanyu Maharana 2 months ago Share on FacebookShare on TwitterWhatsapp ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଉତ୍ତରୀୟ ଦେଇ ତାଙ୍କୁ ଦଳରେ ସାମିଲ କଲେ ତୃଣମୂଳସ୍ତରରେ ଦଳ ସୁଦୃଢ ହେବ କହିଲେ ବରିଷ୍ଠ ନେତୃବୃନ୍ଦ ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ) (ନି. ପ୍ର) :- ପୂର୍ବତନ ଆଇଏଏସ୍ ଶ୍ରୀମତୀ ସୁଜାତା ରାଉତ ଆଜି ବିଧିବଦ୍ଧ ଭାବେ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ତାଙ୍କର ଯୋଗଦାନ ଦଳକୁ ତୃଣମୂଳ ସ୍ତରରେ ଅଧିକ ଶକ୍ତିଶାଳୀ କରିବ ବୋଲି ଦଳର ବରିଷ୍ଠ ନେତୃବୃନ୍ଦ କହିଛନ୍ତି । ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉତ୍ତରୀୟ ଦେଇ ଶ୍ରୀମତୀ ସୁଜାତା ରାଉତଙ୍କୁ ଦଳରେ ସାମିଲ କରିଥିଲେ । ପୂର୍ବତନ ଆଇଏଏସ୍ ଅଧିକାରୀ ଶ୍ରୀମତୀ ସୁଜାତା ରାଉତ ଜଣେ ସାଧାରଣ କର୍ମୀ ଭାବେ ଦଳରେ ଯୋଗ ଦେଇଛନ୍ତି । ତାଙ୍କର ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ଦଳର ସଂଗଠନକୁ ମଜଭୁତ କରିବାରେ ସହାୟକ ହେବ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ କହିଥିଲେ । ଅନ୍ୟପଟେ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ପ୍ରେରଣାର ଉତ୍ସ ଭାବେ ଅଭିହିତ କରି ଶ୍ରୀମତୀ ସୁଜାତା ରାଉତ କହିଥିଲେ, ଜଣେ ପ୍ରଶାସନିକ ଅଧିକାରୀ ଭାବେ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଦୀର୍ଘ ୨୪ ବର୍ଷ ଧରି କାର୍ଯ୍ୟ କରିଛି । ଆଗାମୀ ଦିନରେ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟର ସେବା କରିବା ପାଇଁ ବିଜୁ ଜନତା ଦଳରେ ଯୋଗ ଦେଇଛି । ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ, ଲକ୍ଷ ଲକ୍ଷ ବିଜୁ ଜନତା ଦଳର କର୍ମୀଙ୍କ ସହଯୋଗ ନେଇ ନିଷ୍ଠା ଓ ସମର୍ପିତ ଭାବେ ଦଳ ଓ ରାଜ୍ୟ ପାଇଁ କାର୍ଯ୍ୟ କରିବି । ଏହି ସ୍ୱତନ୍ତ୍ର ସଭାରେ ଦଳର ସାଂସଦ, ବିଧାୟକ ଓ ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ । ଆଜି ଶଙ୍ଖ ଭବନରେ ଅତ୍ୟନ୍ତ ଉତ୍ସାହର ସହ ଶ୍ରୀମତୀ ସୁଜାତା ରାଉତଙ୍କୁ ଉଚ୍ଛସ୍ୱିତ ସ୍ୱାଗତ କରାଯାଇଥିଲା । Categories: ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍ Related Content ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana September 7, 2026 ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬ by Proprietor Abhimanyu Maharana September 7, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ by Proprietor Abhimanyu Maharana September 7, 2026 ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା by Proprietor Abhimanyu Maharana September 7, 2026 ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ by Proprietor Abhimanyu Maharana September 7, 2026 ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନାରୀ ଜାଗରଣ ଶୋଭାଯାତ୍ରା ଓ ସମ୍ମିଳନୀ ଅନୁଷ୍ଠିତ by Proprietor Abhimanyu Maharana September 7, 2026