ବାଲିଗୁଡା (ଓଡ଼ିଶା ତାଜାନ୍ୟୁଜ) (ନି.ପ୍ର) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି l ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ଗୋଟିଏ ମୋଟରସାଇକେଲରେ ତିନିଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ସୋଇଯାଇଥିଲା ।

