ପୁରୀ (ଓଡିଶା ତାଜାନ୍ୟୁଜ) (ନି.ପ୍ର) :- ପୂରୀରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଙ୍କ ର ଆଗମନ ହୋଇଥାଏ।ସେମାନଙ୍କ ଶୃଙ୍ଖଳିତ ଦର୍ଶନ ସହ ଖାଦ୍ୟ,ପାନୀୟ, ଚିକିତ୍ସା ଓ ସହାୟତା ପାଇଁ ସ୍ବେଚ୍ଛାସେବୀ ମାନଙ୍କ ଭୂମିକା ସର୍ବଦା ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା।ଆଜି ଅପରାହ୍ନ ରେ ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଚଳିତ ରଥଯାତ୍ରା ରେ ସ୍ବେଚ୍ଛାସେବୀ ମାନଙ୍କ ଭୂମିକା ଓ ଆବଶ୍ୟକତା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା ।
