ଶ୍ରୀମନ୍ଦିର ପରିସରରେ ବେଆଇନ ଡ୍ରୋନ୍ ଉଡ଼ାଣ : ପୁରୀ ପୋଲିସର କାର୍ଯ୍ୟାନୁଷ୍ଠାନ, ଜଣେ ଅଟକ

ପୁରୀ  (ଓଡିଶା ତାଜାନ୍ୟୁଜ) (ନି.ପ୍ର) :- ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ୍ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ୍ ଉଡ଼ୁଥିବା ସମ୍ପର୍କରେ ପୁରୀ ଏସ୍ପିଙ୍କ ନିକଟରେ ସୂଚନା ପହଞ୍ଚିଥିଲା । ସୂଚନା ପାଇବା ମାତ୍ରେ ଏସ୍ପି ପୁରୀ ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଏକ ସ୍ୱତନ୍ତ୍ର ପୋଲିସ ଟିମ୍ ଗଠନ କରାଯିବା ସହ ସିଂହଦ୍ୱାର ଥାନା ପୋଲିସକୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିୟୋଜିତ କରାଯାଇଥିଲା ।

ପୋଲିସ ଟିମ୍ ତତ୍କ୍ଷଣାତ୍ ମାଟିମଣ୍ଡପ ସାହି ଅଞ୍ଚଳରେ ଡ୍ରୋନ୍‌ଟିକୁ ସଫଳତାର ସହ ଜବତ କରାଯିବା ସହ ଏହାକୁ ପରିଚାଳନା କରୁଥିବା ବ୍ୟକ୍ତି ଜୟକୃଷ୍ଣ ମଣ୍ଡଳ, କଲିକତା ର ଯୁବକଙ୍କୁ ଅଟକ ରଖାଯାଇଛି ।  ଘଟଣାରେ ବ୍ୟବହୃତ ଡ୍ରୋନ୍‌ଟିକୁ ଜବତ କରାଯାଇଥିବା ବେଳେ ଅଭିଯୁକ୍ତଙ୍କୁ ସିଂହଦ୍ୱାର ଥାନାରେ ଅଟକ ରଖାଯାଇଛି । ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଚାଲିଥିବା ବେଳେ ଆଇନ ଅନୁଯାୟୀ ପରବର୍ତ୍ତୀ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପୁରୀ ପୋଲିସ ପକ୍ଷରୁ ସମସ୍ତଙ୍କୁ ଅନୁରୋଧ କରାଯାଉଛି ଯେ, ଶ୍ରୀମନ୍ଦିର ଓ ଏହାର ସୁରକ୍ଷିତ ପରିସରରେ ଡ୍ରୋନ୍ ଉଡ଼ାଇବା ଦଣ୍ଡନୀୟ ଅପରାଧ ।.

Exit mobile version