ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପରିପ୍ରେକ୍ଷୀରେ ମଙ୍ଗଳବାର ଦିନ ସକାଳେ ଲୋକ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ରାଷ୍ଟ୍ରପତିଙ୍କୁ ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳିତ କରୁଥିବା ସ୍ୱତନ୍ତ୍ର ଉପହାର ପ୍ରଦାନ କରିଥିଲେ । ମହାମହିମ ରାଷ୍ଟ୍ରପତିଙ୍କ ବ୍ରହ୍ମପୁର ଅଭିମୁଖେ ଗସ୍ତ ପୂର୍ବରୁ ଏହି ଉପହାର ପ୍ରଦାନ କରାଯାଇଥିଲା ।

