“ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍ କୀ ବାତ୍’ ଅଙ୍ଗଦାନର ଦେଶବ୍ୟାପୀ ସଚେତନତା ଏକ ନୂଆ ଚେତନା ଓ ଜନ ଆନ୍ଦୋଳନର ସୃଷ୍ଟି କରିଛି” ମାନ୍ୟବର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ୨୪ ଜଣଙ୍କୁ “ସୁରଜ ସମ୍ମାନ”, ୫ ଲକ୍ଷ ସମ୍ମାନ ରାଶି, ସମ୍ମାନପତ୍ର ପ୍ରଦାନ
ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ବିଶ୍ୱ ଅଙ୍ଗଦାନ ଦିବସ ଅବସରରେ ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ସମାରୋହ ଆୟୋଜିତ ହୋଇଥିଲା। ଏହି ଅବସରରେ ମାନ୍ୟବର ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଅଙ୍ଗଦାନ କରି ଅନ୍ୟମାନଙ୍କୁ ନୂଆ ଜୀବନ ଦେଇଥିବା ଅଙ୍ଗଦାତାମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସେମାନଙ୍କ ପରିବାର ସଦସ୍ୟଙ୍କୁ ‘ସୂରଜ ସମ୍ମାନ’ରେ ସମ୍ମାନିତ କରିଛନ୍ତି ।
