ମାଲକାନଗିରି (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ମାଲକାନଗିରି ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ କାର୍ଯ୍ୟାଳୟ ପରିସରରେ ଶନିବାର ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଦେଶାତ୍ମବୋଧର ସହ ପାଳିତ ହୋଇଯାଇଛି। ସଂଘର ଜିଲ୍ଲା ସଭାପତି ଅଶୋକ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପତାକା ଉତ୍ତୋଳନ ପରେ ସଂଘର ସଦସ୍ୟମାନଙ୍କ ଉପସ୍ଥିତିରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା ।
