ସମସ୍ୟା ଗୁଡ଼ିକର ତୁରନ୍ତ ସମାଧାନ ପାଇଁ ଅଧିକାରୀଙ୍କୁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ

ନୂଆଗାଁ (ଓଡିଶା ତାଜାନ୍ୟୁଜ ) ନି. ପ୍ର :- ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ଏସପି ଶୁଭେନ୍ଦୁ ପାତ୍ର, ଉପ ଜିଲ୍ଲାପାଳ କଣ୍ଠଦେବ ସମାଦ୍ଦାର, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଜିଲା ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିକାରୀ ଡା. ବନମାଳି ପ୍ରଧାନ,

ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଲଗ୍ନଜିତି ରାଉତ,ନୂଆଗାଁ ବିଡ଼ିଓ ଅମୃତ କୁମାର ରାଉଳ, ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକଙ୍କ ସମେତ ଜିଲ୍ଲା ଓ ବ୍ଲକ୍‌ସ୍ତରୀୟ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ରରେ ମୋଟ ୮୭ଟି ଆପତ୍ତି ଅଭିଯୋଗ ଆସିଥିଲା ।

ସେଥ୍ ମଧ୍ୟରେ ୭୭ଟି ଅଭିଯୋଗ ବ୍ୟକ୍ତିଗତ ହୋଇଥିବା ବେଳେ ୧୦ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ରହିଥୁଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଓ ରେଡ଼କ୍ରସରୁ କୌଣସି ଅଭିଯୋଗ ହୋଇନଥିଲା । ତେବେ ମୋଟ ଅଭିଯୋଗ ମଧ୍ୟରୁ ୨୭ଟି ଅଭିଯୋଗ ତୁରନ୍ତ ସମାଧାନ ହୋଇଥିଲା । ଅନ୍ୟ ସମସ୍ୟା ଗୁଡ଼ିକ ତୁରନ୍ତ ସମାଧାନ କରିବାପାଇଁ ବିଭାଗୀୟ ଅଧୂକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

Exit mobile version