ସେପ୍ଟେମ୍ବର ୨୨ରୁ ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ ବୋଲି ଆଜି ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ ଏବଂ ଏଥିରେ ୮ଟି ସରକାରୀ ଏବଂ

ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ । ସେପ୍ଟେମ୍ବର ୨୬ ଓ ୨୭ ତାରିଖ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ । ସେହିପରି ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ।


Exit mobile version