
କଟକ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ୍ କରିବାକୁ ପରାମର୍ଶ ଦେଇ ଏହା କହିଛନ୍ତି ।
