ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ନୟାଗଡ଼

ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଜିଲ୍ଲା ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତା ସ୍ଥାନୀୟ ପି.ଏମ. ଶ୍ରୀ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ଆଠଟି ବ୍ଲକର ଆଠଟି ଦଳ ଅଂଶଗ୍ରହଣ କରିଥିଲେ । ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ନୟାଗଡ଼ ତରଫରୁ ବିଜ୍ଞାନ ପରିଦର୍ଶକ ଶରତ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ଏ. ରହମାନ ସଂଯୋଜନା କରିଥିଲେ ।

ଉକ୍ତ ପ୍ରତିଯୋଗିତାରେ ବିଚାରପତି ରୂପେ ବରିଷ୍ଠ ଲେଖକ ଓ ନାଟ୍ୟ ନିର୍ଦ୍ଦେଶକ ପ୍ରଧାନୀ ବୃନ୍ଦାବନ ମହାପାତ୍ର ଏବଂ ବରିଷ୍ଠ ସାମ୍ବାଦିକ ତଥା ନାଟ୍ୟକାର ରାମକୃଷ୍ଣ ରଥ ଯୋଗ ଦେଇଥିଲେ । ଉକ୍ତ ପ୍ରତିଯୋଗିତାରେ ପି.ଏମ. ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡ଼ାର ଛାତ୍ରଛାତ୍ରୀମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଆଦର୍ଶ ବିଦ୍ୟାଳୟ,

ତରଣ୍ଡୋ (ଖଣ୍ଡପଡ଼ା)ର ଛାତ୍ରଛାତ୍ରୀମାନେ ଦ୍ଵିତୀୟ ଓ ବି.ଡି. ବିଦ୍ୟାପୀଠ, ଭାବପୁରର ଛାତ୍ରଛାତ୍ରୀମାନେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଆସନ୍ତା ୨୮ ତାରିଖରେ ବୌଦ୍ଧ ଠାରେ ହେବାକୁ ଥିବା ଜୋନ ସ୍ତରୀୟ ବିଜ୍ଞାନ ଡ୍ରାମା ପ୍ରତିଯୋଗିତାରେ ପି.ଏମ. ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡ଼ାର ଛାତ୍ରଛାତ୍ରୀମାନେ ଭାଗ ନେବେ ।

Exit mobile version