ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ : ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ଅବ୍ୟବହିତ ପୂର୍ବରୁ ଆଜି ମାନନୀୟା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ଅକ୍ଟୋବର ୨୨ ତାରିଖରୁ ଚାଲିବାକୁ ଥିବା ଅଧିବେଶନରେ ଗୃହକାର୍ଯ୍ୟ ସମ୍ପାଦନ ସମ୍ପର୍କରେ ତଥା ଚଳିତ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଓ ଲୋକଙ୍କ ସମସ୍ୟାକୁ ଗୃହରେ ଉପସ୍ଥାପନା କରିବା ପାଇଁ ମାନ୍ୟବର ବାଚସ୍ପତି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ।

ଏହି ବୈଠକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ Mohan Charan Majhi , ମାନନୀୟ ଉପ ବାଚସ୍ପତି ଶ୍ରୀ Bhabani Shankar Bhoi , ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ Kanak Vardhan Singh Deo , ମାନ୍ୟବର ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ Dr. Mukesh Mahaling ,

ଓଡ଼ିଶା ବିଧାନସଭାରେ ବିରୋଧୀ ଦଳର ଉପନେତା ଶ୍ରୀ Prasanna Acharya , ଶାସକ ଦଳର ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ବିଜେଡି ବିଧାୟକ ଦଳର ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଜୁ ଜନତା ଦଳର ମାନ୍ୟବର ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେବ, କଂଗ୍ରେସ ଦଳର ମାନ୍ୟବର ବିଧାୟକ ଶ୍ରୀ ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Exit mobile version