ପାରଳାଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଆସନ୍ତା ଜିଲ୍ଲାସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସରକାରୀ ଗାନ୍ଧୀ ସ୍ମତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କୁ ନେଇ ପ୍ରବନ୍ଧ ଲିଖନ, ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନେ ଉତ୍ସାହର ସହ ଏହି ପ୍ରତିଯୋଗିତା ଗୁଡ଼ିକରେ ଅଂଶଗ୍ରହଣ କରି ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ ।

ଏହି ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଆସନ୍ତା ଅକ୍ଟୋବର ୨ ତାରିଖ ଗାନ୍ଧୀଜୟନ୍ତୀ ଦିନ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।ଆଜିର ପ୍ରତିଯୋଗିତାର ବିଚାରକ ମଣ୍ଡଳୀ ଭାବେ ଶ୍ରୀ ବିଚିତ୍ରାନନ୍ଦ ବେବର୍ତ୍ତା,ଶ୍ରୀ ଅମୋଶ ଲିମ୍ମା,ଶ୍ରୀ କିଶୋର ଚନ୍ଦ୍ର ଦାସ, ଶ୍ରୀ ରମା କାନ୍ତ ବରାଡ, ଶ୍ରୀ ଏସ.ତ୍ରିପତି ରାଓ, ଶ୍ରୀ ରଞ୍ଜିତ କୁମାର ପଣ୍ଡା,ପ୍ରମୁଖ ଉପସ୍ଥିତ ରହି ପ୍ରତିଯୋଗିତାର ମୂଲ୍ୟାୟନ କରିଥିଲେ।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସମସ୍ତ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ସରକାରୀ ଗାନ୍ଧୀ ସ୍ମତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Exit mobile version