ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବାଲିଗୁଡ଼ା  (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଶ୍ରଦ୍ଧା ଓ ସମ୍ମାନର ସହ ପାଳିତ ହୋଇଯାଇଛି । ଏହି ଅବସରରେ ଗାନ୍ଧୀଜୀଙ୍କ ଅହିଂସା, ସତ୍ୟ, ଶାନ୍ତି ଓ ସ୍ୱଚ୍ଛତାର ଆଦର୍ଶ ସମ୍ପର୍କରେ ଆଲୋଚନା କରାଯାଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ଯୋଗଦେଇ ଗାନ୍ଧୀଜୀଙ୍କ ଜୀବନାଦର୍ଶ ଓ ତାଙ୍କ ଚିନ୍ତାଧାରା ଛାତ୍ରୀମାନଙ୍କ ପାଇଁ ଆଜି ମଧ୍ୟ ପ୍ରେରଣାର ଉତ୍ସ ବୋଲି କହିଥିଲେ ।

 

ଅଧ୍ୟକ୍ଷା ଶ୍ରୀମତୀ ଅନୀତାକୁମାରୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅଧ୍ୟାପିକା ଶ୍ରୀମତୀ ହିମାଦ୍ରିତନୟା ଆଚାର୍ଯ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ସୁପ୍ରିୟା ରଣା, ଉଜ୍ୱଳା କହଁର, ମନୋଜଙ୍କ ସମେତ ଛାତ୍ରଛାତ୍ରୀମାନେ ଗାନ୍ଧୀଜୀଙ୍କ ଜୀବନୀ, ଆଦର୍ଶ ଓ ଦେଶ ପାଇଁ ତାଙ୍କ ଅବଦାନ ଉପରେ ବକ୍ତବ୍ୟ ରଖିଥିଲେ । ଛାତ୍ରୀମାନଙ୍କ ମଧ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ସଚେତନତା ସୃଷ୍ଟି କରିବା ସହ ସତ୍ୟ ଓ ଅହିଂସାର ପଥ ଅନୁସରଣ ପାଇଁ ଆହ୍ୱାନ ଦିଆଯାଇଥିଲା ।

Exit mobile version