ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ

ଭୁବନେଶ୍ୱର (ଓଡିଶା ତାଜା ନ୍ୟୂଜ ) ନି.ପ୍ର :- ରବିବାର ଦିନ ଭୁବନେଶ୍ୱରସ୍ଥିତ ଲୋକ ଭବନ ଠାରେ ଶ୍ରୀ ବ୍ରଜମୋହନ ରାମ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମାନ୍ୟବର ମୁଖ୍ୟ ବିଚାରପତି ଶ୍ରୀ ଜଷ୍ଟିସ ହରିଶ ଟଣ୍ଡନ ତାଙ୍କୁ ଶପଥ ପାଠ କରାଇଛନ୍ତି ।

ଏହି ଅବସରରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ରାଜ୍ୟର ମାନ୍ୟବର ମନ୍ତ୍ରୀଗଣ, ସାଂସଦ, ବିଧାୟକ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ପୂର୍ବତନ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ପରେ ଶ୍ରୀ ରାମ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ ଉତ୍ସବ ପରେ ମାନ୍ୟବର ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା ।

ତିନିଥର ସାଂସଦ ଓ ପୂର୍ବତନ ବିଧାୟକ ଥିବା ବର୍ତ୍ତମାନର ରାଜ୍ୟପାଳ ଶ୍ରୀ ରାମ ଶନିବାର ଦିନ ଭୁବନେଶ୍ୱର ପହଞ୍ଚିଥିଲେ । ବିମାନବନ୍ଦରରେ ଅବତରଣ କରିବା ପରେ ସେ ତାଙ୍କ ପରିବାର ସହିତ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଓଡ଼ିଶା ରାଜ୍ୟବାସୀଙ୍କ ମଙ୍ଗଳ ପାଇଁ ଭଗବାନ ଜଗନ୍ନାଥଙ୍କ ଆଶୀର୍ବାଦ ପ୍ରାର୍ଥନା କରିଥିଲେ ।

 

Exit mobile version