ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ଗଜପତି ଜିଲ୍ଲା କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣରାଓ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର, ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ।ଉକ୍ତ ଶିବିରରେ ମୋଟ ୧୪ ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା।
