ଖୋର୍ଦ୍ଧା ରୋଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ସୁରକ୍ଷିତ ଓ ସୁଚାରୁ ରେଳ ଚଳାଚଳ ସୁନିଶ୍ଚିତ କରିବା ଦିଗରେ ନିଜର ନିଷ୍ଠା, ସଜାଗତା ଏବଂ ଅତୁଳନୀୟ ଯୋଗଦାନ ପାଇଁ ଖୋର୍ଦ୍ଧାରୋଡ଼ ମଣ୍ଡଳର ୮ ଜଣ ରେଳ କର୍ମଚାରୀଙ୍କୁ ଖୋର୍ଦ୍ଧାରୋଡ଼ର ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଡି. ସୁନୀଲ ସୁରକ୍ଷା ପୁରସ୍କାରରେ ସମ୍ମାନିତ କରିଛନ୍ତି । ମଣ୍ଡଳ ରେଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସମାରୋହରେ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ପରିଚାଳନା) ଶ୍ରୀ ପି. କେ. ବେହେରା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ଭିତ୍ତିଭୂମି) ଶ୍ରୀ ରାଜଧାରୀ ଯାଦବ ଏବଂ ବରିଷ୍ଠ ମଣ୍ଡଳ ସୁରକ୍ଷା ଅଧିକାରୀ ଶ୍ରୀ ନମୋନାରାୟଣ ମିନା ଙ୍କ ସମେତ ମଣ୍ଡଳର ଶାଖା ଅଧିକାରୀ ଉପସ୍ଥିତ ଥିଲେ ।
