ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ

ନୟାଗଡ଼  (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :- ନୟାଗଡ଼ ଅନ୍ତର୍ଗତ ପିଏମ ଶ୍ରୀ ବ୍ରଜେନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ଜାତୀୟ ଶକ୍ତି ସଂରକ୍ଷଣ ଦିବସ”( National Energy conservation Day) ଉପଲକ୍ଷେ ଏକ ବିଦ୍ୟାଳୟ ସ୍ତରୀୟ (Quiz) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବିଦ୍ୟାଳୟର ଅଷ୍ଟମ,ନବମ ଏବଂ ଦଶମ ଶ୍ରେଣୀର ବହୁ ସଂଖ୍ୟକ ଛାତ୍ର ଛାତ୍ରୀ ଉତ୍ସାହର ସହ ଅଂଶ ଗ୍ରହଣ କରିଥିଲେ । ଉକ୍ତ ପ୍ରତିଯୋଗିତରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ଦଶଜଣ ଛାତ୍ରଛାତ୍ରୀଙ୍କୁ ବ୍ଲକ୍ ସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଛି ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଉମାକାନ୍ତ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ ସହକାରୀ ଶିକ୍ଷକ ଶେଖ ଅଜିଜୁର ରହମାନ,ଶ୍ରୀମତି ଶ୍ରଦ୍ଧାଞ୍ଜଳୀ ରଥ , ଜ୍ୟୋତି ପ୍ରକାଶ ମିଶ୍ର, ଆଶିଷ ବର୍ଦ୍ଧନ ସାମନ୍ତଙ୍କ ସହଯୋଗରେ ସମଗ୍ର କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପାଦିତ ହୋଇଛି । ଶକ୍ତିର ସଦୁପଯୋଗ ଓ ସଂରକ୍ଷଣର ଆବଶ୍ୟକତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା ।

Exit mobile version