ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

ପ୍ରତିଭା ପ୍ରଦର୍ଶନର ଅନନ୍ୟ ମଞ୍ଚରେ ଝଲସିଲା ନୟାଗଡ଼ର ଶିଶୁ ପ୍ରତିଭା – ରାଜ୍ୟସ୍ତରକୁ ଯିବେ କୃତୀ ପ୍ରତିଯୋଗୀ

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ) (ନିପ୍ର) :-  ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ରୁଚି ସୃଷ୍ଟି କରିବାର ଲକ୍ଷ୍ୟ ନେଇ ଆୟୋଜିତ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ମହାଆଡ଼ମ୍ବରରେ ଉଦ୍‌ଯାପିତ ହୋଇଯାଇଛି । ଏହି ମହୋତ୍ସବରେ ଜିଲ୍ଲାର ବିଭିନ୍ନ ବ୍ଲକ୍‌ରୁ ଆସିଥିବା କୁନି କୁନି ପ୍ରତିଭାମାନେ ନିଜର ଅନନ୍ୟ କଳା, ଜ୍ଞାନ ଓ ସୃଜନଶୀଳତାର ପରିଚୟ ଦେଇଥିଲେ ।

ଉଦ୍‌ଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁସ୍ମିତା ରଥ ମୁଖ୍ୟ ଅତିଥି ଯୋଗ ଦେଇଥିଲେ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସଭାପତିତ୍ୱ କରିଥିଲେ । ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସାନ୍ଧ୍ୟରାଣୀ ରାଉତ ଏବଂ ସମଗ୍ର ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାଶ ଯୋଗଦେଇଥିଲେ ।

ଉଦ୍‌ଯାପନୀ ସଭାରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ଦଶପଲ୍ଲା ବିଧାୟକ ରମେଶ ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ ।

ମଞ୍ଚ ସଂଯୋଜନା କରିଥିଲେ ଜୟେନ୍ଦ୍ର ବେହେରା । ଏଥିସହ ଜିଲ୍ଲାର ସମସ୍ତ ବ୍ଲକ୍‌ର ବ୍ଲକ୍ ଶିକ୍ଷା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ । ମହୋତ୍ସବରେ ବକ୍ତୃତା, ପ୍ରବନ୍ଧ ଲିଖନ, ସଙ୍ଗୀତ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ଚିତ୍ରାଙ୍କନ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ l କୁଇଜ୍ ଏବଂ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା । ଅଭିଜ୍ଞ ତଥା ଖ୍ୟାତନାମା ବିଚାରକ ମଣ୍ଡଳୀଙ୍କ ଦ୍ୱାରା ପ୍ରତିଯୋଗିତାଗୁଡ଼ିକର ନିରପେକ୍ଷ ମୂଲ୍ୟାୟନ କରାଯାଇଥିଲା ।

ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନେ ରାଜ୍ୟସ୍ତରୀୟ ‘ସୁରଭି’ ମହୋତ୍ସବରେ ନୟାଗଡ଼ ଜିଲ୍ଲାକୁ ପ୍ରତିନିଧିତ୍ୱ କରିବେ । ଏହି ମହୋତ୍ସବର ସଫଳ ଆୟୋଜନରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀ, ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତା, ସମସ୍ତ ସାଧନ କେନ୍ଦ୍ର ସଂଯୋଜକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ସକ୍ରିୟ ସହଯୋଗ ରହିଥିଲା ।

Exit mobile version