ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି.ପ୍ର :- ଭାରତର ସମୃଦ୍ଧ ପ୍ରବୃଦ୍ଧ ବର୍ଗର ବ୍ୟକ୍ତି ମାନଙ୍କୁ ଏକତ୍ରିତ କରି ସମାଜର ବଞ୍ଚିତ ବର୍ଗର ସେବା କରିବା ସହ ଉତ୍ତର ପିଢ଼ିକୁ ସୁସଂସ୍କାରିତ କରି ଗଢିତୋଳିବା ସହ ଭାରତର ସର୍ବାଙ୍ଗୀନ ବିକାଶ କରି ଏକ ସୁସ୍ଥ ସମର୍ଥ ସଂସ୍କାରିତ ଭାରତ ଗଠନ ଲକ୍ଷ୍ୟରେ କାର୍ଯ୍ୟକରୁଥିବା ରାଷ୍ଟ୍ରବାଦୀ ସଂଗଠନ ‘ଭାରତ ବିକାଶ ପରିଷଦ* ର ଓଡିଶା ପୂର୍ବ ପ୍ରାନ୍ତ ତରଫରୁ ନୟାଗଡ଼ ଜିଲ୍ଲା ପରିଷଦ ସଭାକକ୍ଷରେ ‘ଭାରତ କୋ ଜାନୋ-୨୦୨୬” ପ୍ରଶ୍ନମଞ୍ଚ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି । ଛାତ୍ରଛାତ୍ରୀ ମାନଙ୍କ ମଧ୍ଯରେ ଶ୍ରବଣ କୁମାର ର ପିତାମାତା ଭକ୍ତି, ବାଜି ରାଉତର ଦେଶଭକ୍ତି ,ବୀର ସଭରକରଙ୍କ ଦେଶପ୍ରେମ ଜାଗରଣ କରିବା ସହିତ ଭାରତର ଐତିହ୍ୟ ପରମ୍ପରା ସଂସ୍କୃତି ବିଷୟରେ ପରିଚିତ କରିବା ପାଇଁ ପ୍ରତିବର୍ଷ ଏହି ପ୍ରଶ୍ନମଞ୍ଚ ପ୍ରତିଯୋଗିତା ଶାଖା ସ୍ତରରୁ ଆରମ୍ଭ ହୋଇ ଜାତୀୟ ସ୍ତର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥାଏ ।
ନୟାଗଡ଼ ଶାଖା ଆତିଥ୍ଯୟତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡିଶା ପୂର୍ବ ପ୍ରାନ୍ତର ୨୧ଟି ଶାଖା ତରଫରୁ ଚୟନ ହୋଇଥିବା ବିଭିନ୍ନ ବିଦ୍ଯାଳୟର ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିଥିଲେ । ଭାରତ ବିକାଶ ପରିଷଦ ଓଡିଶା ପୂର୍ବ ପ୍ରାନ୍ତର ଉପାଧ୍ଯକ୍ଷ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଉଦଘାଟନ ସମାରୋହରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲା ବେଳେ ମୁଖ୍ଯ ବକ୍ତା ଭାବେ ଭାରତ ବିକାଶ ପରିଷଦ ପୂର୍ବ କ୍ଷେତ୍ରର କ୍ଷେତ୍ରୀୟ ସଂଗଠନ ସଚିବ ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ ଯୋଗଦେଇ ଛାତ୍ରଛାତ୍ରୀ ମାନେ ଭାରତର ମହାନ୍ ସଂସ୍କୃତି ପରମ୍ପରା ବିଷୟରେ ଅଧ୍ଯୟନ କରିବା ସହିତ ସ୍ବାମୀ ବିବେକାନନ୍ଦଙ୍କ ଦେଶପ୍ରେମରେ ଉଦବୁଦ୍ଧ ହୋଇ ଜୀବନ ନିର୍ବାହ କରିବା ପାଇଁ ପରାମର୍ଶ ଦେଇଥିଲେ।
ପୂର୍ବ ପ୍ରାନ୍ତର ମହାସଚିବ ସୌମେନ୍ଦ୍ର ଦାସ, ଭାରତକୁ ଜାଣ କାର୍ଯ୍ୟକ୍ରମ ଆବାହକ ବିମଳ କାନ୍ତ ମହାନ୍ତି, ନୟାଗଡ଼ ଶାଖା ଅଧ୍ଯକ୍ଷ ପ୍ରସନ୍ନ କୁମାର ବସନ୍ତିଆ, ଶାଖା ସଚିବ ଘନଶ୍ୟାମ ସାହୁ ଓ ନୟାଗଡ଼ ଶାଖାର ସଂସ୍ଥାପକ ପ୍ରଫେସର ହରପ୍ରସାଦ ମହାପାତ୍ର ମଞ୍ଚାସୀନ ହୋଇ ନିଜ ନିଜର ବକ୍ତବ୍ଯ ରଖିଥିଲେ।ଏହି ଭାରତକୋ ଜାନୋ ପ୍ରଶ୍ନମଞ୍ଚ ପ୍ରତିଯୋଗିତାକୁ କୁଇଜ୍ ମାଷ୍ଟର ଚନ୍ଦ୍ର ବିଜୟୀ ମିଶ୍ର ପରିଚାଳନା କରିଥିଲେ। ଏହି ପ୍ରତିଯୋଗିତାରେ ପୁରୀ ର ଶ୍ରୀଜଗନ୍ନାଥ ଧାମ ଶାଖା, ବ୍ରହ୍ମପୁର ଶାଖା, ବ୍ରହ୍ମପୁର ସ୍ବାମୀ ବିବେକାନନ୍ଦ ଶାଖା,ଭୁବେନଶ୍ବର ଏକାମ୍ର ଶାଖା, ଭୁବନେଶ୍ୱର ସେଣ୍ଟ୍ରାଲ ଶାଖା, ଭୁବନେଶ୍ୱର ବାଣୀ ବିହାର ଶାଖା, କଟକ ବାରବାଟୀ ଶାଖା, ବଡବିଲ ଶାଖା, ଢେଙ୍କାନାଳ ଶାଖା, ସତ୍ଯବାଦୀ ଶାଖା,ନୟାଗଡ଼ ଶାଖା, ଅନୁଗୋଳ ଶାଖା ବଡବିଲ୍ ଶାଖା,ବାଲେଶ୍ବର ଶାଖା ଆଦି ବିଭିନ୍ନ ଶାଖା ଅନ୍ତର୍ଗତ ବିଦ୍ଯାଳୟ ଛାତ୍ରଛାତ୍ରୀ ମାନେ ଯୋଗଦେଇଥିଲେ ।
