ଅଢ଼େଇ ବର୍ଷରେ ଭିଜିଲାନ୍ସ ଜାଲରେ ୭୦୬ ସରକାରୀ ବାବୁ


ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :-  ବିଧାନସଭା ଶୀତ ଅଧିବେଶନରେ ସୋମବାର ପ୍ରତାପ କେଶରୀ ଦେବଙ୍କ ପ୍ରଶ୍ନର ଲିଖିତ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଭିଜିଲାନ୍ସ ମାମଲା ସମ୍ପର୍କରେ ତଥ୍ୟ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ୨୦୨୪ ଜୁନ୍ ୧୨ରୁ ୨୦୨୬ ନଭେମ୍ବର ୧୫ ମଧ୍ୟରେ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ମୋଟ ୫୨୫ଟି ମାମଲା ରୁଜୁ ହୋଇଛି । ଏଥିରେ ୧୪୧ଟି ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା, ୨୩୭ଟି ଲାଞ୍ଚ ମାମଲା ଏବଂ ୧୪୭ଟି ଅର୍ଥ ତୋଷରପାତ ମାମଲା ରହିଛି ।

ଏହି ମାମଲାଗୁଡ଼ିକରେ ମୋଟ ୭୦୬ ଜଣ ଅଧିକାରୀ ଓ କର୍ମଚାରୀ ସମ୍ପୃକ୍ତ ଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୧୩୫ ଜଣ ପ୍ରଥମ ଶ୍ରେଣୀ ଅଧିକାରୀ, ୧୧୪ ଜଣ ଦ୍ୱିତୀୟ ଶ୍ରେଣୀ ଅଧିକାରୀ, ୩୮୪ ଜଣ ତୃତୀୟ ଶ୍ରେଣୀ କର୍ମଚାରୀ ଏବଂ ୧୪ ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି । ଭିଜିଲାନ୍ସ ପକ୍ଷରୁ ରୁଜୁ ହୋଇଥିବା ୫୨୫ଟି ମାମଲାରେ ୫୫୦ ଜଣଙ୍କୁ ଗିରଫ କରାଯାଇଛି । ଏଥିରୁ ୨୪୬ ଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।

Exit mobile version