ଫୁଲବାଣୀ (ଓଡିଶା ତାଜା ନ୍ୟୁଜ ) (ନି.ପ୍ର ) :- କନ୍ଧମାଳ ଜିଲ୍ଲା ପରିଷଦ କାର୍ଯ୍ୟାଳୟଠାରେ ଜିଲ୍ଲାସ୍ତରୀୟ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଶମ୍ଭୁନାଥ ନନ୍ଦୀଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ

(ପ୍ରଶାସନ)ଶ୍ରୀ ନରେନ୍ଦ୍ର ନାୟକ ଉପସ୍ଥିତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଇଥିଲେ। ଏହି ଅବସରରେ ସମ୍ବିଧାନର ମହତ୍ତ୍ୱ, ଗଣତାନ୍ତ୍ରିକ ମୂଲ୍ୟବୋଧ, ନାଗରିକଙ୍କ ମୌଳିକ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ସଚେତନ କରାଯାଇଥିଲା। ନ୍ୟାୟ, ସ୍ୱାଧୀନତା, ସମାନତା ଓ ଭାତୃତ୍ୱର ଆଦର୍ଶକୁ ଜୀବନରେ ପ୍ରତିଫଳିତ କରିବା ସହ ଦେଶର ଏକତା ଓ ଅଖଣ୍ଡତା ବଜାୟ ରଖିବାକୁ ଆହ୍ୱାନ ଦିଆଯାଇଥିଲା।

Exit mobile version