କମର୍ଦ୍ଧା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ଓଡ଼ିଶା ତାଜା ନ୍ୟୁଜ (୧୮ ଅକ୍ଟୋବର ରବିବାର) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ପରିସରରେ ପ୍ରଧାନମନ୍ତ୍ରୀ ଆବାସର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଣ୍ଟନ କାର୍ଯ୍ୟକ୍ରମରେ ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବର୍ତ୍ତମାନର କମର୍ଦ୍ଧା ପଞ୍ଚାୟତ ସମିତି ସଭ୍ୟ

ଜଗଦିଶ ବେନିଆଁ, ସ୍ଥାନୀୟ ସରପଞ୍ଚ କାନ୍ତି ପାତ୍ର, ଆତ୍ମାର ଅଧ୍ୟକ୍ଷ ବିରାଜ ପନ୍ଦର, କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୈାରାଙ୍ଗ ମାଝୀ,ନାଏବ ସରପଞ୍ଚ ଖଗେଶ୍ୱର ପାତ୍ର ପ୍ରମୁଖ ଉପସ୍ଥିତ ରହି ମୋଟ ୨୫ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି । (ରିପୋର୍ଟ ପ୍ରଦୀପ କୁମାର ଗଉଡ)

Exit mobile version