ରାଜ୍ୟରେ କୋଭିଡ୍‌ – ୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ – ୨୪ ଘଣ୍ଟା ମଧ୍ୟରେ ୧୧ଟି ମାମଲା ଦାୟର ।

କୋଭିଡ୍‌-୧୯

ଓଡ଼ିଶା ତାଜା ନ୍ୟୁଜ ( ୨୭ ଅକ୍ଟୋବର ମଙ୍ଗଳବାର ) ଭୁବନେଶ୍ୱର :- ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅକ୍ଟୋବର ୨୬ରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୧ଟି ମାମଲା ଦାୟର କରାଯାଇଛି ।

ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା ଗତକାଲି ମଧ୍ୟରାତ୍ରି ସୁଦ୍ଧା – ଓଡ଼ିଶାରେ ୪୩,୮୫,୨୫୯ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୨,୮୩,୯୪୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨,୬୬,୧୦୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି । ୧୨୭୨ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୬,୫୧୨ ରହିଛି । ୧୬,୫୧୨ ଜଣ ହସ୍ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।

Exit mobile version