ଗଜପତି ଜିଲ୍ଲା ନୂଆାଁଗଡ ବ୍ଲକର ଖଜୁରୀପଦା ଠାରେ ମୋ ପରିବାର ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ – ପାରଳାଖେମୁଣ୍ଡି

ଓଡ଼ିଶା ତାଜା ନ୍ୟୁଜ୍ (୧୪ ନଭେମ୍ବର ଶନିବାର )  ଗଜପତି  :- ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ମୋ ପରିବାର ପକ୍ଷରୁ ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଖଜୁରୀପଦା ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ, ଜିଲ୍ଲା ଯୁବ ବିଜେଡ଼ି ସଭାପତି ଏସ.ଲିଙ୍ଗରାଜ, ବରିଷ୍ଠ ନେତା ଅନ୍ତର୍ଯ୍ୟାମୀ ଗମାଙ୍ଗଙ୍କ ସମେତ ବହୁ ନେତା ଓ କର୍ମୀ ସାମିଲ ହୋଇଥିଲେ । ଏହି କାର୍ଯ୍ୟକ୍ରମ ଓଡ଼ିଶା ମୋ ପରିବାରର ଗଜପତି ଜିଲ୍ଲା ସଂଯୋଜିକା ଇନ୍ଦିରା ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା (ଗରୁଡ଼ ଧ୍ୱଜ ଚୌଧୁରୀ) 

Exit mobile version