Home ଓଡ଼ିଶା ଅଗ୍ନିକାଣ୍ଡ ରେ ପୋଡିଗଲା ଧାନଗଦା – ବ୍ରହ୍ମପୁର by Proprietor Abhimanyu Maharana 6 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ (୧୮ ନଭେମ୍ବର ବୁଧବାର ) କୋଦଳା :- ବ୍ରହ୍ମପୁର, ଆଜି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ର ନୂଆଗଡ଼ ଗ୍ରାମରେ ଅଗ୍ନିକାଣ୍ଡ ଘଟି ସନ୍ୟାସି ପୋଲେଇ ଙ୍କ ପ୍ରାୟ ୫-୬ ଭରଣ ଜମିର ଧାନ ପୋଡି ନଷ୍ଟ ହୋଇଯାଇଛି । ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ ଶ୍ରୀ ପୋଲେଇ ଧାନ ବିଲରେ ଗଦା କରି ରଖିଥିଲେ । ଆଜି ସକାଳୁ କିଛି ଲୋକ ଦେଖିଲେ ଧାନ ଗଦା ରେ ନିଆଁ ଲାଗି ଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ । ଗାଁ ଲୋକ ନିଆଁ କୁ ଆୟତ କରିଥିବା ବେଳେ କୋଦଳା ଅଗ୍ନିଶମ ବାହିନୀ ର କର୍ମଚାରୀ ମାନେ ପରେ ଆସି ପହଞ୍ଚିଥିଲେ । ଏଥିସହିତ ସଣ୍ଢମୂଳ ରାଜସ୍ଵ ନିରୀକ୍ଷକ ଅଧିକାରୀ ଶ୍ରୀ ପ୍ରଦୀପ କୁମାର ଦାଶ ମଧ୍ଯ ଆସି ଘଟଣା ସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ପରିବାର ସହ ଆଲୋଚନା କରି ଫେରିଛନ୍ତି । କ୍ଷତିଗ୍ରସ୍ତ ପରିବାରକୁ ସହାୟତା ପ୍ରଦାନ ନିମନ୍ତେ ଗ୍ରାମବାସୀମାନେ ଦାବି କରିଛନ୍ତି । (ରିପୋର୍ଟ ଶେଷଦେବ ସାହୁ ଗଞ୍ଜାମ ଜିଲ୍ଲା ବ୍ୟୁରୋ ) Categories: ଓଡ଼ିଶା, ଗଞ୍ଜାମ, ହୋମ୍ Related Content କନ୍ଧ ନୟାଗଡ଼ ରେ ରାଧାକୃଷ୍ଣ ସେବା ସଂସ୍ଥା ଆନୁକୂଲ୍ୟରେ ଷୋଡଶ ବାର୍ଷିକ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସବ ପାଳିତ by Proprietor Abhimanyu Maharana September 6, 2026 ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁ ପୂଜନ ସମାରୋହ by Proprietor Abhimanyu Maharana September 6, 2026 ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର କୋଟି କୋଟି ଟଙ୍କା ଠକେଇ ମାମଲାରେ ୩ ଅଭିଯୁକ୍ତ ଗିରଫ by Proprietor Abhimanyu Maharana September 6, 2026 ଗଜପତିଜିଲ୍ଲା ଶିକ୍ଷାଧିକାରୀ ଜାତୀୟ ଶିକ୍ଷା ଯୋଜନା ଓ ପ୍ରଶାସନ ପ୍ରତିଷ୍ଠାନ ପକ୍ଷରୁ ନୂଆଦିଲ୍ଲୀ ଠାରେ ସମ୍ମାନିତ by Proprietor Abhimanyu Maharana September 6, 2026 ପାରମ୍ପରିକ କଳା ଓ କାରିଗରଙ୍କ ସମ୍ମାନ ପାଇଁ ‘ସଂପର୍କ’ ଓ ପାରମ୍ପରିକ ହସ୍ତଶିଳ୍ପ ଗୁରୁକୁଳର ପ୍ରୟାସ by Proprietor Abhimanyu Maharana September 6, 2026 ୧ କ୍ୟୁଣ୍ଟାଲ ୮୩ କେଜି ଗଞ୍ଜେଇ ଜବତ, ୨ଅଟକ by Proprietor Abhimanyu Maharana September 6, 2026