ଜାଣନ୍ତୁ ଆଜିର ରାଶିଫଳ ; ୦୯ ଡିସେମ୍ବର , ବୁଧବାର

ଓଡ଼ିଶା ତାଜା ନ୍ୟୁଜ (୦୯ ଡିସେମ୍ବର , ବୁଧବାର ) ଭୁବନେଶ୍ୱର :-  ମେଷ :- ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ ।

ବୃଷ :- ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ ।

ମିଥୁନ :- ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ ।

କର୍କଟ :- ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ ।

ସି˚ହ :- ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ ।

କନ୍ୟା :- ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ ।

ତୁଳା :- ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ ।

ବିଛା :- ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ ।

ଧନୁ :- ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ ।

ମକର :- ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।

କୁମ୍ଭ :- ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ । ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ ।

ମୀନ :-  ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ ।

                (ରିପୋର୍ଟ ବିଭୁ ପ୍ରସାଦ ନାୟକ)
                     

                         ✧═════•❁❀❁•═════✧

Exit mobile version