କାଶୀନଗର ବ୍ଲକ ଅନ୍ତର୍ଗତ କେ. ସିତାପୂର ଗ୍ରାମର ଜଣେ ଯୁବକ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା

ଓଡ଼ିଶା ତାଜା ନ୍ୟୁଜ (୧୭ ଡିସେମ୍ବର ,ଗୁରୁବାର )ପାରଳାଖେମୁଣ୍ଡି :-ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଅନ୍ତର୍ଗତ କେ.ସୀତାପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିବା ସୁଚନା ମିଳିଛି ଏହି ଗ୍ରାମର ସୁନୀଲ ନାୟକ ନାମକ ଜଣେ ଯୁବକ(୨୦) ବର୍ଷ ତାଙ୍କ ନିଜ ଘରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର କାରଣ ଜଣା ପଡ଼ିନାହିଁ lଖବର ପାଇ କାଶୀନଗର

ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ସରକାରୀ ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି । ଘଟଣା ନେଇ କାଶୀନଗର ଥାନାରେ କେସ ନଂ ୬/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିବା କାଶୀନଗର ଥାନାର ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି l      ପାରଳାଖେମୁଣ୍ଡି(ଗରୁଡ଼ ଧ୍ଵଜ ଚୌଧୁରୀ)

Exit mobile version