
ଓଡ଼ିଶା ତାଜା ନ୍ୟୁଜ୍ (୨୦ ଡିସେମ୍ବର ରବିବାର )ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ 5T ସଚିବ ଶ୍ରୀ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ଶ୍ରୀ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି । ଏହି ବରିଷ୍ଠ ଅଧିକାରୀଙ୍କ ସମେତ ପାରାଦୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରିଙ୍କେଶ ରାୟ ଏବଂ ଅନ୍ୟ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ବୁଲି ଦେଖିଛନ୍ତି । ମହାକାଳପଡ଼ା ବିଧାୟକ ଶ୍ରୀ ଅତନୁ ସବ୍ୟସାଚୀ ନାୟକ proposed port site ରେ ଉପସ୍ଥିତ ରହି project ବିଷୟରେ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ । କେନ୍ଦ୍ରାପଡା ଜିଲ୍ଲାପାଳ ଶ୍ରୀ ସମର୍ଥ ବରମା ମଧ୍ୟ ଆଲୋଚନା ରେ ଭାଗ ନେଇଥିଲେ ।

