ଢ଼େଙ୍କାନାଳର କୋଭିଡ୍ ଯୋଦ୍ଧା ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ

ଓଡ଼ିଶା ତାଜା ନ୍ୟୁଜ୍ (୩୧ ଡିସେମ୍ବର ଗୁରୁବାର ) ଢେଙ୍କାନାଳ :- ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ରାଜ୍ୟରେ ମୃତ୍ୟୁବରଣ କରିଥିବା କୋଭିଡ୍ ଯୋଦ୍ଧାମାନଙ୍କ ପରିବାରକୁ ଭିଡିଓ କନଫରେନ୍ସି ମାଧ୍ୟମରେ ୫୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବା ସହ ସେମାନଙ୍କ ସହିତ କଥା ହୋଇଛନ୍ତି । ଏହି ଅବସରରେ ଢେଙ୍କାନାଳ ଜିଲ୍ଲାରେ କାର୍ଯ୍ୟରତ କୋଭିଡ୍ ଯୋଦ୍ଧା ପୋଲିସ ଡିଏସ୍ଆଇ ସ୍ୱର୍ଗତ ପ୍ରାଣବନ୍ଧୁ ସେଠୀଙ୍କ ପତ୍ନୀ ପଙ୍କଜିନୀ ସେଠୀଙ୍କୁ ଜିଲ୍ଲାପାଳ ଶ୍ରୀ ଭୁମେଶ ଚନ୍ଦ୍ର ବେହେରା ୫୦ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶଶାଙ୍କ ଶେଖର ଦାଶ, ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଆପାତ୍ତକାଳୀନ ଅଧିକାରୀ ଶ୍ରୀ ଶଶାଙ୍କ ଶେଖର ମିଶ୍ର ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ମିଶ୍ର ଉପସ୍ଥିତ ଥିଲେ। ସ୍ଵର୍ଗତ ଡିଏସ୍ଆଇଙ୍କ ପତ୍ନୀ ପଙ୍କଜିନୀ ସେଠୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଏହି ଉଦାରତା ପୂର୍ଣ୍ଣ ଆର୍ଥିକ ସହାୟତା ପ୍ରଦାନ ପାଇଁ ଧନ୍ୟବାଦ କୃତଜ୍ଞତା ଜଣାଇଥିଲେ । (ରିପୋର୍ଟ୍, ଅମର ରଞ୍ଜନ ଦାସ)

Exit mobile version