ଗଜପତି : ମୋହନା ବ୍ଲକ ଢେପାଗୁଡ଼ା ପଞ୍ଚାୟତର ଯୁଗିଡିହା ଗ୍ରାମ ଜଙ୍ଗଲରେ -୧୮ କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରାୟ ୯୧ ଏକର ଜମିରୁ୧ ଲକ୍ଷ୍୮୦ ହଜାର ଗଞ୍ଜେଇ ଗଛ କାଟି ପୋଡି ନଷ୍ଟ କରାଗଲା

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜାନୁଆରୀ ମଙ୍ଗଳବାର ) ପାରଳାଖେମୁଣ୍ଡି  :- ଜପତି ଜିଲ୍ଲା ଗଞ୍ଜେଇ ଚୋରା କାରବାରର ଭୂସ୍ୱର୍ଗ ପାଲଟିଛି । ପୁଣି ବେଆଇନ ଭାବେ ଚାଷ କରାଯାଇଥିବା ୧୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଚୋରା ଗଞ୍ଜେଇ ଗଛକୁ ପୋଡି ଦିଆଯାଇଛି । ଘଟଣାରୁ ପ୍ରକାଶ,ଗଜପତି ଜିଲ୍ଲାପାଳ ଅନୁପମ ସାହା,ଏସପି ତପନ କୁମାର ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ,ଅବକାରୀ,ବନ ଓ ରାଜସ୍ୱ ବିଭାଗର ମିଳିତ ଚଢାଉରେ ଗତକାଲି ପୁଣି ଏହି ଜିଲ୍ଲାର ଏକ ଦୁର୍ଗମ ଅଞ୍ଚଳରୁ ୧୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଗଛକୁ ପୋଡାଯାଇଛି ।

ଏକ ସୂଚନାକୁ ଭିତ୍ତି କରି ମୋହନା ଥାନାଧିକାରୀ ସୁଜିତ କୁମାର ନାୟକଙ୍କ ନେତୃତ୍ୱରେ ପୋଲିସ, ଅବକାରୀ,ବନ ଓ ରାଜସ୍ୱ ବିଭାଗ କର୍ମଚାରୀମାନେ ଚଢାଉ କରି ମୋହନା ବ୍ଲକର ଢେପାଗୁଡା ପଞ୍ଚାୟତର ଯୁଗିଡିହା ଗ୍ରାମ ନିକଟରେ ଥିବା ଜଙ୍ଗଲରେ ପ୍ରାୟ ୯୧ ଏକରରୁ ଉର୍ଦ୍ଧ୍ୱ ଜମିରେ ବେଆଇନ ଭାବେ ଲଗାଯାଇଥିବା ୧ ଲକ୍ଷ ୮୦ହଜାରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛକୁ ପୋଡି ନଷ୍ଟ କରାଯାଇଥିଲା ।

ଯାହାର ଆନୁମାନିକ ବଜାର ମୁଲ୍ୟ ୧୮କୋଟି ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ଜଣାପଡିଛି । । ଏନେଇ ମୋହନା ଥାନାରେ ୮/୨୧ରେ ମକଦ୍ଦମା ରୁଜୁ ହୋଇଛି । ମୋହନା ତହସିଲଦାର କଲ୍ୟାଣୀ ସଙ୍ଘମିତ୍ରା ଦେବୀ ଏହି ଚଢାଉରେ ମାଜଷ୍ଟ୍ରେଟ ଭାବେ ଯୋଗ ଦେଇଥିଲେ । ଏହି ଚଢାଉରେ ଜଣେ ହେଲେ ଗିରଫ ହୋଇନଥିବା ସୂଚନା ମିଳିଛି । (ଗରୁଡ଼ ଧ୍ୱଜ ଚୌଧୁରୀ)

Exit mobile version