ଓଡିଶା ତାଜା ନ୍ୟୁଜ୍ (୧୩ ଜାନୁଆରୀ ବୁଧବାର ) ପାରଳାଖେମୁଣ୍ଡି :-ଗଜପତି ଜିଲ୍ଲା ନୂଆଁଗଡ଼ ବ୍ଲକ ଅନ୍ତର୍ଗତ ଖଜୁରୀପଦା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା ! ଆମ୍ବୁଲାନ୍ସ କିମ୍ବା ମହାପ୍ରୟାଣ ଗାଡି ନମିଳିବା କାରଣରୁ ବାଇକରେ ବୁହା ହେଲେ ମୃତ ଦେହ ! କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଜନା ମାନ ପ୍ରଣୟନ କରି କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଛନ୍ତି ! ହେଲେ ଆଜି ଗଜପତି ଜିଲ୍ଲା ନୂଆଁଗଡ଼ ବ୍ଲକ ଖଜୁରୀପଦାରେ ଯେପରି ଏକ ଅଭାବନୀୟ ଘଟଣା ଘଟିଛି ତାହା ସରକାରଙ୍କ ଯୋଜନା ଯେ ସବୁ ଲୋକ ଙ୍କ ନିକଟରେ ଓ ଗଜପତି ଜିଲ୍ଲାର ଅପହଞ୍ଚ ଅଞ୍ଚଳରେ ପହଞ୍ଚି ପାରୁନି ତାହା ପ୍ରମାଣିତ କରିଦେଉଛି !ଚାରି ବର୍ଷ ପୂର୍ବରୁ କଳା ହାଣ୍ଡିର ଦାନl ମାଝି ନିଜ ପତ୍ନୀଙ୍କ ମୃତ ଶରୀର ବୋହି ରାସ୍ତାରେ ଚାଲି ଚାଲି ଆସୁଥିବା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟି ଥିଲା ତାହା ପୁଣି ଏବେ ଗଜପତି ଜିଲ୍ଲାରେ ଦେଖିବାକୁ ମିଳିଛି !
