ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ – ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଏକ ଭବ୍ୟ ସମ୍ବର୍ଦ୍ଧନା

ଓଡ଼ିଶା ତାଜା ନ୍ୟୁଜ (୧୬ ଜାନୁୟାରୀ ଶନିବାର ) ଭୁବନେଶ୍ୱର /ରିପୋର୍ଟ -ସୋନାଲି :- ଆଜି ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଗଲା । ନିରବଛିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ, ସ୍ୱଚ୍ଛ ଓ ନିର୍ମଳ ଶାସନ ପାଇଁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଦେଶବାସୀଙ୍କ ପ୍ରଥମ ପସନ୍ଦ ହୋଇଛନ୍ତି ।

ଏଥିପାଇଁ ଆଜି ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଏକ ଭବ୍ୟ ସମ୍ବର୍ଦ୍ଧନା ଦିଆଗଲା । ଏହି ଅବସରରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ ବ୍ୟୋମୋକେଶ୍ ରାୟ,

ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ, ବିଜୁ ଜନତା ଦଳର ରାଜ୍ୟ ସାଧରଣ ସମ୍ପାଦକ (ଯୁବ ଛାତ୍ର ବ୍ୟାପାର) ପ୍ରଣବ ବଳବନ୍ତରାୟ ,ସମେତ ଅନ୍ୟାନ୍ୟ ପ୍ରମୁଖ ଦଳୀୟ ନେତା ଓ କର୍ମୀମାନେ ଯୋଗଦାନ କରିଥିଲେ ।

 

Exit mobile version