ଜିଲ୍ଲାପାଳ ୧୦ମ ଶ୍ରେଣୀ ଶିକ୍ଷାର୍ଥୀଙ୍କୁ ପାଠ ପଢାଇଲେ ଓ ୪ ପ୍ରକଳ୍ପର ଉଦଘାଟନ କଲେ

ଓଡ଼ିଶା ତାଜା ନ୍ୟୁଜ (୧୮ ଜାନୁଆରୀ ସୋମବାର ) ହିଞ୍ଜିଳିକାଟୁ :- ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୂଳ ଲକ୍ଷ୍ୟ ରହିଛି । ଏହି ପରିପ୍ରେକ୍ଷୀରେ ସେମାବାର ପୂର୍ବାହ୍ନରେ ଗଞ୍ଜାମ ଜିଲ୍ଲାପାବିଜୟ ଅମୃତ କୁଲାଙ୍ଗେ ହିଞ୍ଜିଳି ଗ୍ରସ୍ତରେ ଆସି ସେଂଟର ଅଫ୍‌ ଏକ୍ସଲେନ୍ସିରେ ସ୍ଥାନିତ ହୋଇଥିବା ସ୍ଥାନୀୟ ପୌରାଂଚଳ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ପଂହଚି ସ୍ମ୍ରାଟ୍ କ୍ଳାସର ଶୁଭାରମ୍ଭ କରିବା ସହ ୧୦ମ ଶ୍ରେଣୀ 

ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ କରିଥିଲେ ଓ ଶିକ୍ଷାର୍ଥୀଙ୍କ ସହ ମତ ବିନିମୟ କରିଥିଲେ । ପରେ ମୋ ସ୍କୁଲ ଯୋଜନାରେ ସଂପୃକ୍ତ ବିଦ୍ୟାଳୟ ପରିସରରେ ଥଣ୍ଡା ପାନୀୟ ଜଳର ସୁବ୍ୟବସ୍ଥା , ମୋ ଔଷଧିୟ ବଗିଚା ଓ ମିନି ପାର୍କର ଶୁଭ ଉଦଘାଟନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷ ଏନ.ରଘୁନାଥ, ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଂଜନ ସାହୁ, ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ନାୟକ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନି, ପୌର କନିଷ୍ଠ ଯନ୍ତ୍ରୀ ମାନସ ରଂଜନ ଦାଶ, ଦିଲ୍ଲିପ କୁମାର ମିଶ୍ରଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।  ( ରିପୋର୍ଟ  – ଶେଷଦେବ ସାହୁ )

Exit mobile version